ପବିତ୍ର ବାଇବଲ ERV 2004
|
| 1 |
| ଦାଉଦଙ୍କର ଏକ ଗୀତ। ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ। ମୋର ସାହାଯ୍ୟ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର। ତୁମ୍ଭର ବିଶ୍ୱସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମୋତେ ଉତ୍ତର ଦିଅ। |
| 2 |
| ମୋତେ ବିଗ୍ଭର କର ନାହିଁ, ତୁମ୍ଭର ନିଜ ଦାସ। କାରଣ କେହି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଗ୍ଭରରେ ଆସି ପାରିବ ନାହିଁ। |
| 3 |
| ଶତ୍ରୁଗଣ ମୋ’ ପଛରେ ଗୋଡ଼ାଉଛନ୍ତି। ସେମାନେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି। ସେମାନେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ୟ କରୁଛନ୍ତି। |
| 4 |
| ମୁଁ ତ୍ୟାଗ କରିବାକୁ ପ୍ରସ୍ତୁତ। ମୁଁ ମୋର ସାହସ ହରାଉଛି। |
| 5 |
| ମୁଁ ପୁରୁଣା ଦିନସବୁ ମନେ ପକାଏ। ମୁଁ ତୁମ୍ଭର କର୍ମ ବିଷୟରେ ଭାବେ। ତୁମ୍ଭେ ଯାହାସବୁ କର ମୁଁ ସେସବୁ ବିଷୟରେ ଭାବେ। |
| 6 |
| ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭର ସାହାଯ୍ୟ ଅପେକ୍ଷାରେ ଅଛି, ଯେପରି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ। |
| 7 |
| ହେ ସଦାପ୍ରଭୁ, ଶୀଘ୍ର ମୋତେ ଉତ୍ତର ଦିଅ। ମୁଁ ମୋର ସାହସ ହରାଇଛି। ମୋ’ଠାରୁ ଦୂରେଇ ଯାଅ ନାହିଁ। ମୋତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ୟ ହେବି। |
| 8 |
| ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ପ୍ରଭାତରେ ଦେଖାଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ଯିବା ଉଚିତ୍ ମୋତେ ସେହି ପଥ ଦେଖାଅ। କାରଣ ମୁଁ ମୋର ପ୍ରାଣ ତୁମ୍ଭ ହାତରେ ଟେକି ଦେଇଅଛି। |
| 9 |
| ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ସୁରକ୍ଷା ପାଇବା ପାଇଁ ଆସିଅଛି। ମୋର ଶତ୍ରୁମାନଙ୍କ କବଳରୁ ମୋତେ ରକ୍ଷା କର। |
| 10 |
| ତୁମ୍ଭେ ମୋ’ ପାଇଁ କ’ଣ କରିବାକୁ ଗ୍ଭହଁ ତାହା ମୋତେ ଦେଖାଅ। ତୁମ୍ଭେ ମୋର ପରମେଶ୍ୱର, ତୁମ୍ଭର ଆତ୍ମା ମୋତେ ଭୂମି ସ୍ତରରେ ଆଗେଇ ନେଉ। |
| 11 |
| ହେ ସଦାପ୍ରଭୁ, ମୋତେ ବଞ୍ଚିବାକୁ ଦିଅ, ଯେପରି ଲୋକମାନେ ତୁମ୍ଭ ନାମରେ ପ୍ରଶଂସା କରିବେ। କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ, ତେଣୁ ମୋର ଦୁଃଖରୁ ମୋତେ ରକ୍ଷା କର। |
| 12 |
| ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଦ୍ୱାରା ମୋର ଶତ୍ରୁମାନଙ୍କୁ ପରାସ୍ତ କର। ଯେଉଁମାନେ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି, ସେମାନଙ୍କୁ ଧ୍ୱଂସ କର। କାରଣ ମୁଁ ତୁମ୍ଭର ସେବକ ଅଟେ। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaerv/psalms/143.mp3
150
143