|
| 1 |
|
| ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । କାରଣ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ । |
|
| 2 |
|
| ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି । |
|
| 3 |
|
| ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି । |
|
| 4 |
|
| ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି । |
|
| 5 |
|
| ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ । |
|
| 6 |
|
| ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍ କରନ୍ତି । |
|
| 7 |
|
| ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରଶଂସା ଗାନ କର; |
|
| 8 |
|
| ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି । |
|
| 9 |
|
| ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରାକାଉ ଛୁଆମାନଙ୍କୁ ଆହାର ଦିଅନ୍ତି । |
|
| 10 |
|
| ସେ ଅଶ୍ଵର ବଳରେ ସନ୍ତୁଷ୍ଟ ନୁହନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହନ୍ତି । |
|
| 11 |
|
| ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି । |
|
| 12 |
|
| ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ଵରଙ୍କର ପ୍ରଶଂସା କର; |
|
| 13 |
|
| କାରଣ ସେ ତୁମ୍ଭ ଦ୍ଵାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି । |
|
| 14 |
|
| ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି । |
|
| 15 |
|
| ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ । |
|
| 16 |
|
| ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି । |
|
| 17 |
|
| ସେ ଖଣ୍ତ ଖଣ୍ତ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ? |
|
| 18 |
|
| ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ । |
|
| 19 |
|
| ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି । |
|
| 20 |
|
| ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । |
|
|
|
|