ପବିତ୍ର ବାଇବଲ (OROV) 2014
|
| 1 |
| ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ? |
| 2 |
| ଯେଉଁ ଜନ ସରଳାଚରଣ ଓ ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ । |
| 3 |
| ଯେ ଆପଣା ଜିହ୍ଵାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ । |
| 4 |
| ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ । ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ । |
| 5 |
| ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ । ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/015.mp3
150
15