ପବିତ୍ର ବାଇବଲ (OROV) 2014
|
| 1 |
| ଦାଉଦଙ୍କର ମିକ୍ତାମ୍ (ଗୀତରନି ।) ହେ ପରମେଶ୍ଵର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭର ଶରଣାଗତ ଅଟେ । |
| 2 |
| ମୁଁ ସଦାପ୍ରଭୁଙ୍କୁ କହିଅଛି, ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ । |
| 3 |
| ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ । |
| 4 |
| ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ନାମ ଆପଣା ଓଷ୍ଠାଧରରେ ନେବି ନାହିଁ । |
| 5 |
| ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ଵରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ । |
| 6 |
| ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି । |
| 7 |
| ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ସେ ମୋତେ ମନ୍ତ୍ରଣା ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ । |
| 8 |
| ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ । |
| 9 |
| ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ । |
| 10 |
| କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ । |
| 11 |
| ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/016.mp3
150
16