ପବିତ୍ର ବାଇବଲ (OROV) 2014
|
| 1 |
| ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି? |
| 2 |
| ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି, |
| 3 |
| ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ତାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ । |
| 4 |
| ଯେ ସ୍ଵର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ । |
| 5 |
| ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ; |
| 6 |
| ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି । |
| 7 |
| ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ । |
| 8 |
| ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା । |
| 9 |
| ତୁମ୍ଭେ ଲୌହଦଣ୍ତରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ । |
| 10 |
| ଏହେତୁ ହେ ରାଜଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର । |
| 11 |
| ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର । |
| 12 |
| ପୁତ୍ରଙ୍କୁ ଚୁମ୍ଵନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେବ । ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/002.mp3
150
2