|
| 1 |
|
| ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍-ହସଶହର (ଅଋଣର ମୃଗୀ) ସ୍ଵରରେ ଦାଉଦଙ୍କର ଗୀତ । ହେ ମୋହର ପରମେଶ୍ଵର, ହେ ମୋହର ପରମେଶ୍ଵର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ? |
|
| 2 |
|
| ହେ ମୋହର ପରମେଶ୍ଵର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି ନୀରବ ନ ରହେ । |
|
| 3 |
|
| ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍, ତୁମ୍ଭେ ପବିତ୍ର ଅଟ । |
|
| 4 |
|
| ଆମ୍ଭମାନଙ୍କ ପିତୃପୁରୁଷଗଣ ତୁମ୍ଭଠାରେ ବିଶ୍ଵାସ କଲେ; ସେମାନେ ବିଶ୍ଵାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ । |
|
| 5 |
|
| ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ଵାସ କଲେ, ଆଉ ଲଜ୍ଜିତ ନୋହିଲେ । |
|
| 6 |
|
| ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ । |
|
| 7 |
|
| ମୋତେ ଦେଖିବା ଲୋକସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ଵାଇ, ମସ୍ତକ ହଲାଇ କହନ୍ତି, |
|
| 8 |
|
| ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ । |
|
| 9 |
|
| ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ଵାସ ଜନ୍ମାଇଅଛ । |
|
| 10 |
|
| ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ଵର ଅଟ । |
|
| 11 |
|
| ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ । |
|
| 12 |
|
| ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି । |
|
| 13 |
|
| ସେମାନେ ଗ୍ରାସେଚ୍ଛୁ ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋʼ ପ୍ରତି ମୁଖ ମେଲାଇ ଅଛନ୍ତି । |
|
| 14 |
|
| ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି । ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ । |
|
| 15 |
|
| ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ଵା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳିକି ଆଣିଅଛ । |
|
| 16 |
|
| କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ତଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି । |
|
| 17 |
|
| ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥାʼନ୍ତି । |
|
| 18 |
|
| ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି । |
|
| 19 |
|
| ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ଵର ହୁଅ । |
|
| 20 |
|
| ଖଡ଼୍ଗରୁ ମୋʼ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର (ଆତ୍ମାକୁ) ଉଦ୍ଧାର କର । |
|
| 21 |
|
| ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣାର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ । |
|
| 22 |
|
| ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି । |
|
| 23 |
|
| ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ । |
|
| 24 |
|
| କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି । କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ । |
|
| 25 |
|
| ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି । |
|
| 26 |
|
| ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ଵେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ । |
|
| 27 |
|
| ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ । |
|
| 28 |
|
| କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି । |
|
| 29 |
|
| ପୃଥିବୀସ୍ଥ ପୁଷ୍ଟ ଲୋକସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ । |
|
| 30 |
|
| ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ । |
|
| 31 |
|
| ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି । |
|
|
|
|