ପବିତ୍ର ବାଇବଲ (OROV) 2014
|
| 1 |
| ଦାଉଦଙ୍କର ଗୀତ । ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର । |
| 2 |
| କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି । |
| 3 |
| କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ? |
| 4 |
| ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି ଯେ ଛଳ ଭାବରେ ଶପଥ କରି ନାହିଁ, ସେ । |
| 5 |
| ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ଵରୂପ ପରମେଶ୍ଵରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ । |
| 6 |
| ଯେଉଁମାନେ ପରମେଶ୍ଵରଙ୍କୁ ଅନ୍ଵେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ଵର, ଏମାନେ ତୁମ୍ଭର ମୁଖ ଅନ୍ଵେଷଣ କରନ୍ତି । [ସେଲା |
| 7 |
| ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ । |
| 8 |
| ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ । |
| 9 |
| ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ । |
| 10 |
| ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି । [ସେଲା |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/024.mp3
150
24