ପବିତ୍ର ବାଇବଲ (OROV) 2014
|
| 1 |
| ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି । |
| 2 |
| ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ପବିତ୍ର ସ୍ଥାନର ଗର୍ଭାଗାର ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର । |
| 3 |
| ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ଵ ସ୍ଵ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ । |
| 4 |
| ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ । |
| 5 |
| ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ । |
| 6 |
| ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋʼ ନିବେଦନର ରବ ଶୁଣିଅଛନ୍ତି । |
| 7 |
| ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟ; ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି । |
| 8 |
| ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି । |
| 9 |
| ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/028.mp3
150
28