ପବିତ୍ର ବାଇବଲ ERV 2004
|
| 1 |
| ଏହା ହେଉଛି ଦାଉଦଙ୍କର ନିଜ ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। “ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି। ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି। |
| 2 |
| ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି। ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।” |
| 3 |
| କିନ୍ତୁ ହେ ସଦାପ୍ରଭୁ, ଏହା କେବଳ ତୁମ୍ଭେ ଯିଏକି ମୋର ଢାଲ ସ୍ୱରୂପ। ତୁମ୍ଭେ ମୋର ମହିମା। ତୁମ୍ଭେ ହିଁ ମୋତେ ପ୍ରାଧାନ୍ୟ ଦେଇଛ। |
| 4 |
| ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାହଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ। |
| 5 |
| ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି, କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି। |
| 6 |
| ହଜାର ହଜାର ସୈନ୍ୟମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଲେ ସୁଦ୍ଧା ମୁଁ ସେହି ଶତ୍ରୁମାନଙ୍କୁ କେବେ ଭୟ କରିବି ନାହିଁ। |
| 7 |
| ହେ ସଦାପ୍ରଭୁ, ତୁମ୍ଭେ ଉଠ! ହେ ପରମେଶ୍ୱର ତୁମ୍ଭେ ଆସ ଓ ମୋତେ ରକ୍ଷା କର। ତୁମ୍ଭେ ଅତି ବଳଶାଳୀ ଅଟ। ଯଦି ତୁମ୍ଭେ ମୋର ଶତ୍ରୁମାନଙ୍କ ଗାଲରେ ମାରିଥା’ନ୍ତ, ତୁମ୍ଭେ ସେହି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦେଇଥା’ନ୍ତ। |
| 8 |
| ହେ ସଦାପ୍ରଭୁ ଶେଷରେ ତୁମ୍ଭର ହିଁ ବିଜୟ ହେବ। ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaerv/psalms/003.mp3
150
3