ପବିତ୍ର ବାଇବଲ (OROV) 2014
|
| 1 |
| ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ । |
| 2 |
| ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି ତୁମ୍ଭେ ମୋତେ ସୁସ୍ଥ କରିଅଛ । |
| 3 |
| ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ । |
| 4 |
| ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ । |
| 5 |
| କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ରସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ରାତ୍ରି ପାଇଁ ପ୍ରବାସ କରିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ । |
| 6 |
| ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି । |
| 7 |
| ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ତୁମ୍ଭେ ଆପଣା ମୁଖ ଲୁଚାଇଲ; ମୁଁ ବ୍ୟାକୁଳ ହେଲି । |
| 8 |
| ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି । |
| 9 |
| ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ? |
| 10 |
| ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ । |
| 11 |
| ଯେପରି ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, |
| 12 |
| ଏଥିପାଇଁ ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/030.mp3
150
30