ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। |
| 2 |
| ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। |
| 3 |
| ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। |
| 4 |
| ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। |
| 5 |
| ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। |
| 6 |
| ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। |
| 7 |
| ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। |
| 8 |
| ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ। |
| 9 |
| ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ। |
| 10 |
| ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ। |
| 11 |
| ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି। |
| 12 |
| ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ? |
| 13 |
| ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର। |
| 14 |
| ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ। |
| 15 |
| ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି। |
| 16 |
| ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। |
| 17 |
| ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। |
| 18 |
| ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି। |
| 19 |
| ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି। |
| 20 |
| ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ। |
| 21 |
| ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ। |
| 22 |
| ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ। |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/psalms/034.mp3
150
34