|
| 1 |
|
| ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ଵାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ । ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ । |
|
| 2 |
|
| ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ । |
|
| 3 |
|
| ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ । |
|
| 4 |
|
| ମୁଁ ସଦାପ୍ରଭୁଙ୍କର ଅନ୍ଵେଷଣ କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ । |
|
| 5 |
|
| ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ । |
|
| 6 |
|
| ଏହି ଦୁଃଖୀଲୋକ କାକୁକ୍ତି କଲା, ପୁଣି ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ । |
|
| 7 |
|
| ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି । |
|
| 8 |
|
| ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ଵାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ । |
|
| 9 |
|
| ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ । |
|
| 10 |
|
| ଯୁବାସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ । |
|
| 11 |
|
| ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି । |
|
| 12 |
|
| ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ? |
|
| 13 |
|
| ତୁମ୍ଭେ ହିଂସାରୁ ଆପଣା ଜିହ୍ଵା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର । |
|
| 14 |
|
| ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ଵେଷଣ କର ଓ ତହିଁର ଅନୁଗାମୀ ହୁଅ । |
|
| 15 |
|
| ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି । |
|
| 16 |
|
| ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ । |
|
| 17 |
|
| ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ । |
|
| 18 |
|
| ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି । |
|
| 19 |
|
| ଧାର୍ମିକର ବିପଦ ଅନେକ; ମାତ୍ର ସେସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି । |
|
| 20 |
|
| ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ତେ ହେଲେ ଭଗ୍ନ ହୁଏ ନାହିଁ । |
|
| 21 |
|
| ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ । |
|
| 22 |
|
| ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ । |
|
|
|
|