|
| 1 |
|
| ସଦାପ୍ରଭୋ, ଯେଉଁମାନେ ମୋʼ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋʼ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର। |
|
| 2 |
|
| ଢାଲ ଓ ଫଳକ ଧାରଣ କର ଓ ମୋର ସାହାଯ୍ୟ ନିମନ୍ତେ ଠିଆ ହୁଅ। |
|
| 3 |
|
| ମଧ୍ୟ ବର୍ଚ୍ଛା ଧରି ମୋʼ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋʼ ପ୍ରାଣକୁ କୁହ, ଆମ୍ଭେ ତୁମ୍ଭର ପରିତ୍ରାଣ। |
|
| 4 |
|
| ମୋʼ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ। |
|
| 5 |
|
| ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ। |
|
| 6 |
|
| ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ। |
|
| 7 |
|
| ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇଅଛନ୍ତି, ସେମାନେ ଅକାରଣରେ ମୋʼ ପାଇଁ ଖାତ ଖୋଳିଅଛନ୍ତି। |
|
| 8 |
|
| ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ। |
|
| 9 |
|
| ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ। |
|
| 10 |
|
| ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୋ, ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।” |
|
| 11 |
|
| ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁଅଛନ୍ତି। |
|
| 12 |
|
| ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ। |
|
| 13 |
|
| ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ। |
|
| 14 |
|
| ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି। |
|
| 15 |
|
| ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋʼ ଅଜ୍ଞାତସାରରେ ମୋʼ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ; |
|
| 16 |
|
| ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋʼ ଉପରେ ଦନ୍ତ ଘର୍ଷଣ କଲେ। |
|
| 17 |
|
| ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର। |
|
| 18 |
|
| ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି। |
|
| 19 |
|
| ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ। |
|
| 20 |
|
| ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି। |
|
| 21 |
|
| ହଁ, ସେମାନେ ମୋʼ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।” |
|
| 22 |
|
| ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ। |
|
| 23 |
|
| ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୋ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ। |
|
| 24 |
|
| ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋʼ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ। |
|
| 25 |
|
| “ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ। |
|
| 26 |
|
| ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ। |
|
| 27 |
|
| ଯେଉଁମାନେ ମୋʼ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ। |
|
| 28 |
|
| ପୁଣି, ମୋହର ଜିହ୍ୱା ଦିନସାରା ତୁମ୍ଭ ଧର୍ମଗୁଣ ଓ ତୁମ୍ଭ ପ୍ରଶଂସାର କଥା କହିବ। |
|
|
|
|