ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ । ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ଵର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର । |
| 2 |
| କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ । |
| 3 |
| ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନାମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି । |
| 4 |
| ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ । |
| 5 |
| ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ଵର୍ଗରେ ଥାଏ; ତୁମ୍ଭର ବିଶ୍ଵସ୍ତତା ଗଗନସ୍ପର୍ଶୀ । |
| 6 |
| ତୁମ୍ଭର ଧର୍ମ ପରମେଶ୍ଵରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ଵରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ । |
| 7 |
| ହେ ପରମେଶ୍ଵର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି । |
| 8 |
| ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ । |
| 9 |
| କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା । |
| 10 |
| ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର । |
| 11 |
| ଅହଂକାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ । |
| 12 |
| ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/036.mp3
150
36