ପବିତ୍ର ବାଇବଲ (OROV) 2014
|
| 1 |
| ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ମୋହର ଧର୍ମ ସ୍ଵରୂପ ପରମେଶ୍ଵର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ: ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ । |
| 2 |
| ହେ ମନୁଷ୍ୟସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ଵେଷଣ କରିବ? [ସେଲା |
| 3 |
| ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ । |
| 4 |
| ଭୀତ ହୁଅ ଓ ପାପ କର ନାହିଁ ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ । [ସେଲା |
| 5 |
| ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ଵାସ କର । |
| 6 |
| ଅନେକେ କହନ୍ତି, କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ? ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର । |
| 7 |
| ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ । |
| 8 |
| ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/004.mp3
150
4