ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ। |
| 2 |
| ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦ ପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ। |
| 3 |
| ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର। |
| 4 |
| ମୁଁ କହିଲି, “ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।” |
| 5 |
| ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, “ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?” |
| 6 |
| ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ। |
| 7 |
| ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି। |
| 8 |
| ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ। |
| 9 |
| ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି। |
| 10 |
| ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି। |
| 11 |
| ମୋହର ଶତ୍ରୁ ମୋʼ ଉପରେ ଜୟଧ୍ୱନି କରୁ ନାହିଁ, ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼ ଠାରେ ସନ୍ତୁଷ୍ଟ ଅଛ। |
| 12 |
| ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ। |
| 13 |
| ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍, ଆମେନ୍। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/psalms/041.mp3
150
41