ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଯେଉଁ ଜନ ଦୀନହୀନ ନିମନ୍ତେ ଚିନ୍ତା କରଇ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ । |
| 2 |
| ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ତୁମ୍ଭେ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କର ନାହିଁ । |
| 3 |
| ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କରୁଅଛ । |
| 4 |
| ମୁଁ କହିଲି, ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି । |
| 5 |
| ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ? |
| 6 |
| ସେ ମୋତେ ଦେଖିବାକୁ ଆସିଲେ, ଅସାର କଥା କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ । |
| 7 |
| ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି । |
| 8 |
| ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ । |
| 9 |
| ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ଵାସ କଲି, ଯେ ମୋହର ରୋଟୀ ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି । |
| 10 |
| ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି । |
| 11 |
| ମୋହର ଶତ୍ରୁ ମୋʼ ଉପରେ ଜୟଧ୍ଵନି କରୁନାହିଁ, ଏସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼଠାରେ ସନ୍ତୁଷ୍ଟ ଅଛ । |
| 12 |
| ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ । |
| 13 |
| ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ । ଆମେନ୍, ଆମେନ୍ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/041.mp3
150
41