|
| 1 |
|
| ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ମସ୍କୀଲ୍ । ହେ ପରମେଶ୍ଵର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ଵକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି । |
|
| 2 |
|
| ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ଵହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ । |
|
| 3 |
|
| କାରଣ ସେମାନେ ନିଜ ଖଡ଼୍ଗ ଦ୍ଵାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ ଓ ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା । |
|
| 4 |
|
| ହେ ପରମେଶ୍ଵର, ତୁମ୍ଭେ ମୋହର ରାଜା; ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ହେଉ । |
|
| 5 |
|
| ତୁମ୍ଭ ଦ୍ଵାରା ଆମ୍ଭେମାନେ ବିପକ୍ଷଗଣକୁ ଭୂସି ପକାଇବା; ତୁମ୍ଭ ନାମ ଦ୍ଵାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା । |
|
| 6 |
|
| ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ଼୍ଗ ମୋତେ ଉଦ୍ଧାର କରିବ ନାହିଁ । |
|
| 7 |
|
| ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ । |
|
| 8 |
|
| ଆମ୍ଭେମାନେ ଦିନଯାକ ପରମେଶ୍ଵରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା । [ସେଲା |
|
| 9 |
|
| ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁନାହଁ । |
|
| 10 |
|
| ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଟ କରୁଅଛନ୍ତି । |
|
| 11 |
|
| ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ । |
|
| 12 |
|
| ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ଵାରା ଆପଣା ଧନ ବୃଦ୍ଧି କରିନାହଁ । |
|
| 13 |
|
| ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ବିଦ୍ରୂପପାତ୍ର କରୁଅଛ । |
|
| 14 |
|
| ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ତହଲାର କାରଣ କରିଅଛ । |
|
| 15 |
|
| ତିରସ୍କାରକାରୀର ଓ ନିନ୍ଦକର ସ୍ଵର ସକାଶୁ, ପୁଣି ଶତ୍ରୁ ଓ ପ୍ରତିହିଂସକ ସକାଶୁ, |
|
| 16 |
|
| ଦିନଯାକ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି । |
|
| 17 |
|
| ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରିନାହୁଁ । |
|
| 18 |
|
| ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁଛାୟାରେ ଆଚ୍ଛନ୍ନ କରିଅଛ ବୋଲି |
|
| 19 |
|
| ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇନାହିଁ । |
|
| 20 |
|
| ଯେବେ ଆମ୍ଭେମାନେ ଆପଣା ପରମେଶ୍ଵରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ; |
|
| 21 |
|
| ତେବେ ପରମେଶ୍ଵର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି । |
|
| 22 |
|
| ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନଯାକ ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ । |
|
| 23 |
|
| ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ । |
|
| 24 |
|
| ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ? |
|
| 25 |
|
| କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି । |
|
| 26 |
|
| ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର । |
|
|
|
|