×

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT

ଗୀତସଂହିତା ୪୬

1
ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
2
ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
3
ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ।
4
ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।
5
ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।
6
ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।
7
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
8
ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କି ପ୍ରକାର ଉଜାଡ଼ କରିଅଛନ୍ତି!
9
ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥ ସବୁ ଅଗ୍ନିରେ ପୋଡ଼ି ପକାନ୍ତି।
10
“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।”
11
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
Odia Bible IRV 2019
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
:
ସଞ୍ଚୟ ଟିପ୍ପଣୀ