ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। |
| 2 |
| କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା। |
| 3 |
| ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ। |
| 4 |
| ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟପାତ୍ର ଯାକୁବର ଗୌରବ ସ୍ୱରୂପ। |
| 5 |
| ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି। |
| 6 |
| ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର। |
| 7 |
| କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର। |
| 8 |
| ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ। |
| 9 |
| ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/psalms/047.mp3
150
47