ପବିତ୍ର ବାଇବଲ (OROV) 2014
|
| 1 |
| ଗୀତ: କୋରହ-ସନ୍ତାନମାନଙ୍କର ଗୀତ । ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ । |
| 2 |
| ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର । |
| 3 |
| ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ଵର ଆଶ୍ରୟ ସ୍ଵରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି । |
| 4 |
| କାରଣ, ଦେଖ, ରାଜଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ । |
| 5 |
| ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ; |
| 6 |
| ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରା; ହେଲେ । |
| 7 |
| ତୁମ୍ଭେ ପୂର୍ବୀୟ ବାୟୁ ଦ୍ଵାରା ତର୍ଶୀଶର ଜାହାଜସବୁ ଭାଙ୍ଗିଥାଅ । |
| 8 |
| ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ ଦେଖିଅଛୁ; ପରମେଶ୍ଵର ଅନନ୍ତକାଳ ତାହା ସୁସ୍ଥିର କରିବେ । [ସେଲା |
| 9 |
| ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ । |
| 10 |
| ହେ ପରମେଶ୍ଵର, ଯେପରି ତୁମ୍ଭର ନାମ, ସେପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ । |
| 11 |
| ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ । |
| 12 |
| ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର । |
| 13 |
| ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର । |
| 14 |
| କାରଣ ଏହି ପରମେଶ୍ଵର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ସେ ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/048.mp3
150
48