|
| 1 |
|
| ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ, |
|
| 2 |
|
| ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର । |
|
| 3 |
|
| ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧିବିଷୟକ ହେବ । |
|
| 4 |
|
| ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୂଢ଼ ବିଷୟ ବ୍ୟାଖ୍ୟା କରିବି । |
|
| 5 |
|
| ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି? |
|
| 6 |
|
| ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; |
|
| 7 |
|
| ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ । |
|
| 8 |
|
| କିଅବା ତାହା ପାଇଁ ପରମେଶ୍ଵରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ; |
|
| 9 |
|
| କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ । |
|
| 10 |
|
| ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି । |
|
| 11 |
|
| ସେମାନଙ୍କ ଗୃହ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି । |
|
| 12 |
|
| ମାତ୍ର ମନୁଷ୍ୟ ଐଶ୍ଵର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ । |
|
| 13 |
|
| ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି । [ସେଲା |
|
| 14 |
|
| ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ । |
|
| 15 |
|
| ମାତ୍ର ପରମେଶ୍ଵର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ । [ସେଲା |
|
| 16 |
|
| କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ଵର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ; |
|
| 17 |
|
| କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ଵର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ । |
|
| 18 |
|
| ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି; |
|
| 19 |
|
| ତଥାପି ସେ ଆପଣା ପିତୃପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ । |
|
| 20 |
|
| ଯେଉଁ ମନୁଷ୍ୟ ଐଶ୍ଵର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ । |
|
|
|
|