|
| 1 |
|
| ଆସଫର ଗୀତ । ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର କଥା କହିଅଛନ୍ତି ଯିଶା.୯:୬ ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକି ଆହ୍ଵାନ କରିଅଛନ୍ତି । |
|
| 2 |
|
| ସୌନ୍ଦର୍ଯ୍ୟର ସିଦ୍ଧି ସ୍ଵରୂପ ସିୟୋନଠାରୁ ପରମେଶ୍ଵର ପ୍ରକାଶିତ ହୋଇଅଛନ୍ତି । |
|
| 3 |
|
| ଆମ୍ଭମାନଙ୍କର ପରମେଶ୍ଵର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟ; ଝଡ଼ମୟ ହେବ । |
|
| 4 |
|
| ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ଵର୍ଗକୁ ଓ ପୃଥିବୀକି ଡାକିବେ; |
|
| 5 |
|
| ଯେଉଁମାନେ ବଳିଦାନ ଦ୍ଵାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର । |
|
| 6 |
|
| ପୁଣି, ସ୍ଵର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ଵର ସ୍ଵୟଂ ବିଚାରକର୍ତ୍ତା । [ସେଲା |
|
| 7 |
|
| ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ଵର, ତୁମ୍ଭର ପରମେଶ୍ଵର, |
|
| 8 |
|
| ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି । |
|
| 9 |
|
| ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କି ତୁମ୍ଭ ଖୁଆଡ଼ରୁ ଛାଗ ନେବା ନାହିଁ । |
|
| 10 |
|
| କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର । |
|
| 11 |
|
| ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକି ଜାଣୁ ଓ ବିଲର ପଶୁସବୁ ଆମ୍ଭର । |
|
| 12 |
|
| ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର । |
|
| 13 |
|
| ଆମ୍ଭେ କʼଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା? |
|
| 14 |
|
| ତୁମ୍ଭେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର; |
|
| 15 |
|
| ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ । |
|
| 16 |
|
| ମାତ୍ର ଦୁଷ୍ଟକୁ ପରମେଶ୍ଵର କହନ୍ତି, ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର? |
|
| 17 |
|
| କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ । |
|
| 18 |
|
| ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ । |
|
| 19 |
|
| ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ଵା ପ୍ରବଞ୍ଚନା କଳ୍ପନା କରେ । |
|
| 20 |
|
| ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ । |
|
| 21 |
|
| ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା । |
|
| 22 |
|
| ହେ ପରମେଶ୍ଵରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି ଉଦ୍ଧାର କରିବାକୁ କେହି ନ ଥିବ । |
|
| 23 |
|
| ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ଵରଙ୍କ ପରିତ୍ରାଣ ଦେଖାଇବା । |
|
|
|
|