ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ? |
| 2 |
| ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି। |
| 3 |
| ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। |
| 4 |
| ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ। |
| 5 |
| ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। |
| 6 |
| ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ, |
| 7 |
| “ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।” |
| 8 |
| ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି। |
| 9 |
| ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/psalms/052.mp3
150
52