ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ଵରରେ ଦାଉଦଙ୍କର ମସ୍କୀଲ୍ । ପରମେଶ୍ଵର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି । ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ । |
| 2 |
| ବିବେଚକ କେହି ଅଛି କି ନାହିଁ, ପରମେଶ୍ଵରଙ୍କର ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ଵର ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ । |
| 3 |
| ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ । |
| 4 |
| ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ? |
| 5 |
| ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ଵର ତୁମ୍ଭ ବିରୁଦ୍ଧରେ ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ଵର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ । |
| 6 |
| ଆଃ, ଯେବେ ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତାଣ! |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/053.mp3
150
53