|
| 1 |
|
| ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ହେ ପରମେଶ୍ଵର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ । |
|
| 2 |
|
| ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ; |
|
| 3 |
|
| କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ନିଗ୍ରହ କରନ୍ତି । |
|
| 4 |
|
| ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟ; ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି । |
|
| 5 |
|
| ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି । |
|
| 6 |
|
| ଏଣୁ ମୁଁ କହିଲି, ଆଃ, ଯେବେ କପୋତ ପରି ମୋହର ପକ୍ଷ ଥାʼନ୍ତାଣ! ତେବେ ମୁଁ ଉଡ଼ିଯାଇ ବିଶ୍ରାମ ପାଆନ୍ତି । |
|
| 7 |
|
| ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି । [ସେଲା |
|
| 8 |
|
| ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି । |
|
| 9 |
|
| ହେ ପ୍ରଭୋ, ବିନାଶ କର ଓ ସେମାନଙ୍କ ଜିହ୍ଵାର ଅନୈକ୍ୟ ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି । |
|
| 10 |
|
| ସେମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି । ମଧ୍ୟ ଅଧର୍ମ ଓ ଉତ୍ପାତ ତହିଁ ମଧ୍ୟରେ ଅଛି । |
|
| 11 |
|
| ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ, ଦୌରାତ୍ମ୍ୟ ଓ ଛଳନା ତହିଁର ଛକସ୍ଥାନସବୁ ଛାଡ଼େ ନାହିଁ । |
|
| 12 |
|
| କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି; |
|
| 13 |
|
| ମାତ୍ର ମୋʼସମାନ ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ । |
|
| 14 |
|
| ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ଵରଙ୍କ ଗୃହରେ ଗମନାଗମନ କଲୁ । |
|
| 15 |
|
| ମୃତ୍ୟୁ ସେମାନଙ୍କୁ ହଠାତ୍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି । |
|
| 16 |
|
| ମାତ୍ର ମୁଁ ପରମେଶ୍ଵରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ । |
|
| 17 |
|
| ସନ୍ଧ୍ୟା ଓ ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ଭାବନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ । |
|
| 18 |
|
| ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ । |
|
| 19 |
|
| ପରମେଶ୍ଵର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, [ସେଲା ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି ସେମାନେ ପରମେଶ୍ଵରଙ୍କୁ ଭୟ କରନ୍ତି ନାହିଁ । |
|
| 20 |
|
| ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି । |
|
| 21 |
|
| ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ଼୍ଗ ତୁଲ୍ୟ । |
|
| 22 |
|
| ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ । |
|
| 23 |
|
| ମାତ୍ର ହେ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି । |
|
|
|
|