ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋʼ ପ୍ରତି ଉପଦ୍ରବ କରଇ। |
| 2 |
| ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ। |
| 3 |
| ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି। |
| 4 |
| ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ? |
| 5 |
| ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ। |
| 6 |
| ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି। |
| 7 |
| ସେମାନେ କʼଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ? ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର। |
| 8 |
| ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ? |
| 9 |
| ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ। |
| 10 |
| ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। |
| 11 |
| ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରି ପାରିବ? |
| 12 |
| ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି। |
| 13 |
| କାରଣ ତୁମ୍ଭେ ମୃତ୍ୟୁୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିବ ନାହିଁ? |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/psalms/056.mp3
150
56