ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ରହୋକୀମ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପଲେଷ୍ଟୀୟମାନେ ତାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ; |
| 2 |
| ମୋହର ଶତ୍ରୁଗଣ ଦିନଯାକ ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ । |
| 3 |
| ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି । |
| 4 |
| ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମାଂସପିଣ୍ତ ମୋର କଅଣ କରିପାରେ? |
| 5 |
| ସେମାନେ ଦିନଯାକ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ । |
| 6 |
| ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି । |
| 7 |
| ସେମାନେ କʼଣ ଅଧର୍ମ ଦ୍ଵାରା ରକ୍ଷା ପାଇବେ? ହେ ପରମେଶ୍ଵର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର । |
| 8 |
| ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ । ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ନେତ୍ରଜଳ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ? |
| 9 |
| ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ଵର ମୋହର ସପକ୍ଷ । |
| 10 |
| ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି । ସଦାପ୍ରଭୁଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି । |
| 11 |
| ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରିପାରେ? |
| 12 |
| ହେ ପରମେଶ୍ଵର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି । |
| 13 |
| କାରଣ ତୁମ୍ଭେ ମୃତ୍ୟୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ଵରଙ୍କ ସମ୍ମୁଖରେ ଗମନା-ଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିନାହଁ? |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/056.mp3
150
56