ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସନ କର ନାହିଁ । |
| 2 |
| ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋର ଅସ୍ଥିସବୁ ବ୍ୟାକୁଳ ହେଉଅଛି । |
| 3 |
| ମୋହର ପ୍ରାଣ ମଧ୍ୟ ଅତ୍ୟ; ବ୍ୟାକୁଳ ହେଉଅଛି; ପୁଣି ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ? |
| 4 |
| ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର । |
| 5 |
| କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ? |
| 6 |
| ମୁଁ ଆପଣା କାତରୋକ୍ତିରେ କ୍ଳା; ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ । |
| 7 |
| ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ । |
| 8 |
| ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି । |
| 9 |
| ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ । |
| 10 |
| ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟ; ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/006.mp3
150
6