ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର । |
| 2 |
| ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ । |
| 3 |
| କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ଵରୂପ ହୋଇଅଛ । |
| 4 |
| ମୁଁ ସଦାକାଳ ତୁମ୍ଭ ତମ୍ଵୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି । |
| 5 |
| କାରଣ ହେ ପରମେଶ୍ଵର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ । |
| 6 |
| ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ । |
| 7 |
| ସେ ସଦାକାଳ ପରମେଶ୍ଵରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର । |
| 8 |
| ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/061.mp3
150
61