ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ। |
| 2 |
| ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି। |
| 3 |
| କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ। |
| 4 |
| ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି; |
| 5 |
| ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ। |
| 6 |
| ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ। |
| 7 |
| କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି। |
| 8 |
| ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ। |
| 9 |
| ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ। |
| 10 |
| ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ। |
| 11 |
| ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ। |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/psalms/063.mp3
150
63