|
| 1 |
|
| ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ । ହେ ସଦାପ୍ରଭୋ ମୋʼ ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର; |
|
| 2 |
|
| ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ତ ଖଣ୍ତ କରିବ, ଉଦ୍ଧାର କରିବାକୁ କେହି ନ ଥିବ । |
|
| 3 |
|
| ହେ ସଦାପ୍ରଭୋ ମୋହର ପରମେଶ୍ଵର, ଯେବେ ମୁଁ ଏହା କରିଥାଏ, ଯେବେ ମୋʼ ହସ୍ତରେ ଅଧର୍ମ ଥାଏ; |
|
| 4 |
|
| ଯେବେ ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି;) |
|
| 5 |
|
| ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋʼ ଜୀବନକୁ ଭୂମିରେ ଦଳି ପକାଉ, ପୁଣି ମୋʼ ଗୌରବକୁ ଧୂଳିସାତ୍ କରୁ । [ସେଲା |
|
| 6 |
|
| ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ବିଚାରର ଆଜ୍ଞା କରିଅଛ । |
|
| 7 |
|
| ଗୋଷ୍ଠୀୟମାନଙ୍କ ମଣ୍ତଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ଵକୁ ପ୍ରତ୍ୟାଗମନ କର । |
|
| 8 |
|
| ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର । |
|
| 9 |
|
| ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ଵର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି । |
|
| 10 |
|
| ପରମେଶ୍ଵରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି । |
|
| 11 |
|
| ପରମେଶ୍ଵର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ଵର । |
|
| 12 |
|
| ଯେବେ କୌଣସି ମନୁଷ୍ୟ ନ ଫେରିବ, ତେବେ ସେ ଆପଣା ଖଡ଼୍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି । |
|
| 13 |
|
| ସେ ମଧ୍ୟ ତାହା ପାଇଁ ମୃତ୍ୟୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି । |
|
| 14 |
|
| ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରା; ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା । |
|
| 15 |
|
| ସେ କୂପ ଖୋଳି ଗଭୀର କରିଅଛି, ପୁଣି ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛ । |
|
| 16 |
|
| ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ତରେ ପଡ଼ିବ । |
|
| 17 |
|
| ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି । |
|
|
|
|