|
| 1 |
|
| ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ। |
|
| 2 |
|
| ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର। |
|
| 3 |
|
| ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ। |
|
| 4 |
|
| ହେ ମୋହର ପରମେଶ୍ୱର, ଦୁଷ୍ଟ ଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର। |
|
| 5 |
|
| କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି। |
|
| 6 |
|
| ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ। |
|
| 7 |
|
| ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ। |
|
| 8 |
|
| ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ। |
|
| 9 |
|
| ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ। |
|
| 10 |
|
| କାରଣ ମୋହର ଶତ୍ରୁଗଣ ମୋʼ ବିଷୟରେ କଥା କହନ୍ତି ଓ ମୋʼ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ, |
|
| 11 |
|
| ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ। |
|
| 12 |
|
| ହେ ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ। |
|
| 13 |
|
| ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ। |
|
| 14 |
|
| ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି। |
|
| 15 |
|
| ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ। |
|
| 16 |
|
| ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି। |
|
| 17 |
|
| ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ପ୍ରଚାର କରିଅଛି। |
|
| 18 |
|
| ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ। |
|
| 19 |
|
| ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି? |
|
| 20 |
|
| ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ। |
|
| 21 |
|
| ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ ସାନ୍ତ୍ୱନା ଦିଅ। |
|
| 22 |
|
| ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମସ୍ୱରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। |
|
| 23 |
|
| ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ। |
|
| 24 |
|
| ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି। |
|
|
|
|