|
| 1 |
|
| ଆସଫର ଗୀତ । ପରମେଶ୍ଵର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃ- କରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ଵରୂପ ଅଟନ୍ତି । |
|
| 2 |
|
| ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା । |
|
| 3 |
|
| କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ଵିତ ହେଲି । |
|
| 4 |
|
| ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ; ମାତ୍ର ସେମାନଙ୍କ ବଳ ଦୃଢ଼ ଥାଏ । |
|
| 5 |
|
| ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ । |
|
| 6 |
|
| ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ଵରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ । |
|
| 7 |
|
| ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି । |
|
| 8 |
|
| ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି । |
|
| 9 |
|
| ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ଵା ପୃଥିବୀରେ ଭ୍ରମଣ କରେ । |
|
| 10 |
|
| ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ଵାରା ନିଗିଡ଼ାଯାଏ । |
|
| 11 |
|
| ଆଉ, ସେମାନେ କହନ୍ତି, ପରମେଶ୍ଵର କିପରି ଜାଣିବେ? ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି? |
|
| 12 |
|
| ଦେଖ, ଏମାନେ ଦୁଷ୍ଟଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି । |
|
| 13 |
|
| ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି; |
|
| 14 |
|
| କାରଣ ମୁଁ ଦିନଯାକ ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି । |
|
| 15 |
|
| ଏରୂପ କହିବି ବୋଲି ଯେବେ ମୁଁ କହିଥାʼନ୍ତି; ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ଵାସଘାତକତା କରିଥାʼନ୍ତି । |
|
| 16 |
|
| ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ ମୋʼ ପ୍ରତି ତାହା ଅତି କଷ୍ଟକର ହେଲା; |
|
| 17 |
|
| ଶେଷରେ ମୁଁ ପରମେଶ୍ଵରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷଫଳ ବିବେଚନା କଲି । |
|
| 18 |
|
| ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ । |
|
| 19 |
|
| ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତିଣ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି । |
|
| 20 |
|
| ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ଵପ୍ନ, ସେପରି, ହେ ପ୍ରଭୋ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକି ତୁଚ୍ଛଜ୍ଞାନ କରିବ । |
|
| 21 |
|
| ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା । |
|
| 22 |
|
| ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି । |
|
| 23 |
|
| ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ । |
|
| 24 |
|
| ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ । |
|
| 25 |
|
| ସ୍ଵର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ତଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ । |
|
| 26 |
|
| ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ଵର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ଵରୂପ ଅଟନ୍ତି । |
|
| 27 |
|
| କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ; ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ । |
|
| 28 |
|
| ମାତ୍ର ପରମେଶ୍ଵରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ଵରୂପ କରିଅଛି । |
|
|
|
|