|
| 1 |
|
| ଆସଫର ମସ୍କୀଲ୍ । ହେ ପରମେଶ୍ଵର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି? |
|
| 2 |
|
| ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ତଳୀକି ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର । |
|
| 3 |
|
| ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି । |
|
| 4 |
|
| ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ଵଜା ସ୍ଥାପନ କରିଅଛନ୍ତି । |
|
| 5 |
|
| ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ । |
|
| 6 |
|
| ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ଵାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି । |
|
| 7 |
|
| ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି । |
|
| 8 |
|
| ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ଵରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି । |
|
| 9 |
|
| ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ । |
|
| 10 |
|
| ହେ ପରମେଶ୍ଵର, ବିପକ୍ଷ କେତେ କାଳ ନିନ୍ଦା କରିବ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ? |
|
| 11 |
|
| ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର । |
|
| 12 |
|
| ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ଵର ପୂର୍ବରୁ ଆମ୍ଭର ରାଜା ଅଟନ୍ତି । |
|
| 13 |
|
| ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ; |
|
| 14 |
|
| ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ତ ଖଣ୍ତ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିନିବାସୀମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ । |
|
| 15 |
|
| ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ । |
|
| 16 |
|
| ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ । |
|
| 17 |
|
| ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ । |
|
| 18 |
|
| ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର । |
|
| 19 |
|
| ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ । |
|
| 20 |
|
| ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ । |
|
| 21 |
|
| ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉଣ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ । |
|
| 22 |
|
| ହେ ପରମେଶ୍ଵର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ଦିନଯାକ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର । |
|
| 23 |
|
| ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି । |
|
|
|
|