ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ । ପରମେଶ୍ଵର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ । |
| 2 |
| ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ । |
| 3 |
| ସେଠାରେ ସେ ଧନୁତୀରସବୁ, ଢାଲ ଓ ଖଡ଼୍ଗ ଓ ଯୁଦ୍ଧ ଭଙ୍ଗ କଲେ । [ସେଲା |
| 4 |
| ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ଵିତ । |
| 5 |
| ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ । |
| 6 |
| ହେ ଯାକୁବର ପରମେଶ୍ଵର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ଵ ମହାନିଦ୍ରିତ ହୋଇଅଛନ୍ତି । |
| 7 |
| ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୁଦ୍ଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ? |
| 8 |
| ତୁମ୍ଭେ ସ୍ଵର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ଵର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ |
| 9 |
| ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା । [ସେଲା |
| 10 |
| ମନୁଷ୍ୟର କ୍ରୋଧ ନିତା; ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ଵାରା ଆପଣା କଟିବନ୍ଧନ କରିବ । |
| 11 |
| ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ । |
| 12 |
| ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/076.mp3
150
76