|
| 1 |
|
| ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ । ମୁଁ ପରମେଶ୍ଵରଙ୍କ ନିକଟରେ ସ୍ଵରବରେ କାକୁକ୍ତି କରିବି; ପରମେଶ୍ଵରଙ୍କ ନିକଟରେ ହିଁ ସ୍ଵରବରେ କାକୁକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ । |
|
| 2 |
|
| ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ଵେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା । |
|
| 3 |
|
| ମୁଁ ପରମେଶ୍ଵରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ । [ସେଲା |
|
| 4 |
|
| ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ । |
|
| 5 |
|
| ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି । |
|
| 6 |
|
| ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯନିରେ ଅନୁସନ୍ଧାନ କଲା । |
|
| 7 |
|
| ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ? |
|
| 8 |
|
| ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା? ତାହାଙ୍କ ପ୍ରତିଜ୍ଞା କʼଣ ଚିରକାଳ ବିଫଳ ହୁଏ? |
|
| 9 |
|
| ପରମେଶ୍ଵର କʼଣ କୃପାମୟ ହେବାକୁ ପାସୋରି ଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି? [ସେଲା |
|
| 10 |
|
| ତହୁଁ ମୁଁ କହିଲି, ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି । |
|
| 11 |
|
| ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି । |
|
| 12 |
|
| ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି । |
|
| 13 |
|
| ହେ ପରମେଶ୍ଵର, ପବିତ୍ରତାରେ ତୁମ୍ଭର ପଥ ଥାଏ; ପରମେଶ୍ଵରଙ୍କ ତୁଲ୍ୟ ମହାନ ପରମେଶ୍ଵର କିଏ? |
|
| 14 |
|
| ତୁମ୍ଭେ ଆଶ୍ଚର୍ଯ୍ୟକର୍ମକର୍ତ୍ତା ପରମେଶ୍ଵର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ । |
|
| 15 |
|
| ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ । |
|
| 16 |
|
| ହେ ପରମେଶ୍ଵର, ଜଳରାଶି ତୁମ୍ଭଙ୍କୁ ଦେଖିଲା, ଜଳରାଶି ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା । |
|
| 17 |
|
| ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା । |
|
| 18 |
|
| ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ଵନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା । |
|
| 19 |
|
| ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି ତୁମ୍ଭର ପଦଚିହ୍ନ ଜଣା ନୋହିଲା । |
|
| 20 |
|
| ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ଵାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ । |
|
|
|
|