ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ! |
| 2 |
| ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶେ ଶିଶୁ ଓ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ । |
| 3 |
| ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ତଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,) |
| 4 |
| ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ଵାବଧାନ କରୁଅଛ? |
| 5 |
| ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ । |
| 6 |
| ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; |
| 7 |
| ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; |
| 8 |
| ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ । |
| 9 |
| ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/008.mp3
150
8