|
| 1 |
|
| ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ। |
|
| 2 |
|
| ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର। |
|
| 3 |
|
| ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। |
|
| 4 |
|
| ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ? |
|
| 5 |
|
| ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ। |
|
| 6 |
|
| ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି। |
|
| 7 |
|
| ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। |
|
| 8 |
|
| ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ତାହା ରୋପଣ କଲ। |
|
| 9 |
|
| ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା। |
|
| 10 |
|
| ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସ ବୃକ୍ଷ ତୁଲ୍ୟ ହେଲେ। |
|
| 11 |
|
| ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା। |
|
| 12 |
|
| କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉଅଛନ୍ତି? |
|
| 13 |
|
| ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି। |
|
| 14 |
|
| ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର |
|
| 15 |
|
| ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ। |
|
| 16 |
|
| ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି। |
|
| 17 |
|
| ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ। |
|
| 18 |
|
| ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରିଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା। |
|
| 19 |
|
| ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। |
|
|
|
|