ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ। |
| 2 |
| କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି। |
| 3 |
| ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି। |
| 4 |
| ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।” |
| 5 |
| କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି; |
| 6 |
| ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ, |
| 7 |
| ଗବାଲ, ଅମ୍ମୋନ, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି। |
| 8 |
| ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। |
| 9 |
| ମିଦୀୟନ ଦେଶ ପ୍ରତି, କୀଶୋନ୍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର। |
| 10 |
| ସେମାନେ ଐନ୍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ। |
| 11 |
| ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍ ଓ ସେବ୍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର; |
| 12 |
| ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।” |
| 13 |
| ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର। |
| 14 |
| ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ; |
| 15 |
| ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର। |
| 16 |
| ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର; |
| 17 |
| ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ; |
| 18 |
| ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/psalms/083.mp3
150
83