ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ । ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମଣ! |
| 2 |
| ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ଵରଙ୍କ ନିମନ୍ତେ ଡକା ଛାଡ଼ଇ । |
| 3 |
| ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ଵର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ, |
| 4 |
| ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ । [ସେଲା |
| 5 |
| ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ । |
| 6 |
| ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ । |
| 7 |
| ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି । |
| 8 |
| ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ଵର, କର୍ଣ୍ଣପାତ କର । [ସେଲା |
| 9 |
| ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପରମେଶ୍ଵର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ । |
| 10 |
| କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ଵୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ଵରଙ୍କ ଗୃହରେ ଦ୍ଵାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ । |
| 11 |
| କାରଣ ସଦାପ୍ରଭୁ ପରମେଶ୍ଵର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ । |
| 12 |
| ହେ ସୈନ୍ୟାଧିପତି ପରମେଶ୍ଵର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/084.mp3
150
84