ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ। |
| 2 |
| ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। |
| 3 |
| ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ। |
| 4 |
| ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର। |
| 5 |
| ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ? |
| 6 |
| ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ? |
| 7 |
| ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର। |
| 8 |
| ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। |
| 9 |
| ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି। |
| 10 |
| ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି। |
| 11 |
| ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି। |
| 12 |
| ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ। |
| 13 |
| ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/psalms/085.mp3
150
85