|
| 1 |
|
| ଦାଉଦଙ୍କର ପ୍ରାର୍ଥନା । ହେ ସଦାପ୍ରଭୋ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ । |
|
| 2 |
|
| ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ଵରପରାୟଣ; ହେ ମୋହର ପରମେଶ୍ଵର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର । |
|
| 3 |
|
| ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ଦିନଯାକ ତୁମ୍ଭ ନିକଟରେ ଡାକ ପକାଏ । |
|
| 4 |
|
| ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୋ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ । |
|
| 5 |
|
| ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ । |
|
| 6 |
|
| ହେ ସଦାପ୍ରଭୋ, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋʼ ନିବେଦନର ରବରେ ମନୋଯୋଗ କର । |
|
| 7 |
|
| ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ । |
|
| 8 |
|
| ହେ ପ୍ରଭୋ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ । |
|
| 9 |
|
| ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ । |
|
| 10 |
|
| କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ । ତୁମ୍ଭେ ଏକମାତ୍ର ପରମେଶ୍ଵର ଅଟ । |
|
| 11 |
|
| ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର । |
|
| 12 |
|
| ହେ ପ୍ରଭୋ, ମୋʼ ପରମେଶ୍ଵର, ମୁଁ ସର୍ବାନ୍ତଃ-କରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି । |
|
| 13 |
|
| କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ । |
|
| 14 |
|
| ହେ ପରମେଶ୍ଵର, ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ଦୁର; ଲୋକଙ୍କ ମଣ୍ତଳୀ ମୋʼ ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି । |
|
| 15 |
|
| ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ଵର, କ୍ରୋଧରେ ଧୀର, ପୁଣି ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ । |
|
| 16 |
|
| ଆହେ, ମୋʼ ପ୍ରତି ଫେର ଓ ମୋତେ ଦୟା କର; ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର, ପୁଣି ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର । |
|
| 17 |
|
| ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋʼ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ପ୍ରଭୋ, ତୁମ୍ଭେ ମୋହର ସାହାଯ୍ୟ ଓ ସାନ୍ତ୍ଵନା କରିଅଛ । |
|
|
|
|