ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। |
| 2 |
| ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। |
| 3 |
| ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। |
| 4 |
| ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।” |
| 5 |
| ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ। |
| 6 |
| ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। |
| 7 |
| ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।” |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/psalms/087.mp3
150
87