|
| 1 |
|
| ଗୀତ; କୋରହ-ସନ୍ତାନଗଣର ଗୀତ । ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ଵରରେ ଇଷ୍ରାହୀୟ ହେମନର ମସ୍କୀଲ୍ । ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ଵର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୁକ୍ତି କରିଅଛି; |
|
| 2 |
|
| ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୁକ୍ତିରେ କର୍ଣ୍ଣପାତ କର; |
|
| 3 |
|
| କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି । |
|
| 4 |
|
| ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ । |
|
| 5 |
|
| ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି । |
|
| 6 |
|
| ତୁମ୍ଭେ ମୋତେ ନୀଚତମ ଗର୍ତ୍ତରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ । |
|
| 7 |
|
| ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ । [ସେଲା |
|
| 8 |
|
| ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ । ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ । |
|
| 9 |
|
| କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି । |
|
| 10 |
|
| ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? [ସେଲା |
|
| 11 |
|
| କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ଵସ୍ତତା କି ପ୍ରଚାରିତ ହେବ? |
|
| 12 |
|
| ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ? |
|
| 13 |
|
| ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ । |
|
| 14 |
|
| ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ? ତୁମ୍ଭେ କାହିଁକି ମୋʼଠାରୁ ଆପଣା ମୁଖ ଲୁଚାଉଅଛ? |
|
| 15 |
|
| ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି । |
|
| 16 |
|
| ତୁମ୍ଭ ପ୍ରଚଣ୍ତ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି । |
|
| 17 |
|
| ତାହାସବୁ ଦିନଯାକ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ । |
|
| 18 |
|
| ତୁମ୍ଭେ ସ୍ନେହୀକି ଓ ମିତ୍ରକୁ ମୋʼଠାରୁ ଦୂରରେ ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ । |
|
|
|
|