|
| 1 |
|
| ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି। |
|
| 2 |
|
| କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।” |
|
| 3 |
|
| “ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ। |
|
| 4 |
|
| ‘ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।’” |
|
| 5 |
|
| ହେ ସଦାପ୍ରଭୋ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ। |
|
| 6 |
|
| କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇପାରେ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର |
|
| 7 |
|
| ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ-ସନ୍ତାନଗଣ ମଧ୍ୟରେ କିଏ ଅଛି? |
|
| 8 |
|
| ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ। |
|
| 9 |
|
| ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶାନ୍ତ କରୁଅଛ। |
|
| 10 |
|
| ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ। |
|
| 11 |
|
| ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ। |
|
| 12 |
|
| ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି, |
|
| 13 |
|
| ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ। |
|
| 14 |
|
| ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ। |
|
| 15 |
|
| ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୋ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି। |
|
| 16 |
|
| ସେମାନେ ସାରାଦିନ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି। |
|
| 17 |
|
| କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ। |
|
| 18 |
|
| କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର। |
|
| 19 |
|
| ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ। |
|
| 20 |
|
| ଆମ୍ଭେ ଆପଣା ଦାସ ଦାଉଦଙ୍କୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ; |
|
| 21 |
|
| ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ। |
|
| 22 |
|
| ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ। |
|
| 23 |
|
| ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା। |
|
| 24 |
|
| ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ। |
|
| 25 |
|
| ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା। |
|
| 26 |
|
| ସେ ଆମ୍ଭଙ୍କୁ ଡାକି କହିବ, ‘ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।’ |
|
| 27 |
|
| ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା। |
|
| 28 |
|
| ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ। |
|
| 29 |
|
| ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ଡଳର ଆୟୁର ତୁଲ୍ୟ ସ୍ଥିର କରିବା। |
|
| 30 |
|
| ଯଦି ତାହାର ସନ୍ତାନଗଣ ଆମ୍ଭର ବ୍ୟବସ୍ଥା ପରିତ୍ୟାଗ କରନ୍ତି ଓ ଆମ୍ଭ ଶାସନରେ ନ ଚାଲନ୍ତି; |
|
| 31 |
|
| ଯଦି ସେମାନେ ଆମ୍ଭର ବିଧି ଲଙ୍ଘନ କରନ୍ତି ଓ ଆମ୍ଭର ଆଜ୍ଞାସବୁ ନ ପାଳନ୍ତି; |
|
| 32 |
|
| ତେବେ ଆମ୍ଭେ ଯଷ୍ଟି ଦ୍ୱାରା ସେମାନଙ୍କ ଅପରାଧର ଓ ପ୍ରହାର ଦ୍ୱାରା ସେମାନଙ୍କ ଅଧର୍ମର ଶାସ୍ତି ଦେବା। |
|
| 33 |
|
| ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକାନ୍ତ ନେବା ନାହିଁ; କିଅବା ଆମ୍ଭ ବିଶ୍ୱସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ। |
|
| 34 |
|
| ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ। |
|
| 35 |
|
| ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦଙ୍କୁ ମିଥ୍ୟା କହିବା ନାହିଁ। |
|
| 36 |
|
| ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ। |
|
| 37 |
|
| ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” |
|
| 38 |
|
| ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ। |
|
| 39 |
|
| ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ। |
|
| 40 |
|
| ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ। |
|
| 41 |
|
| ପଥ ଦେଇ ଯିବା ଲୋକ ସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି। |
|
| 42 |
|
| ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ। |
|
| 43 |
|
| ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ। |
|
| 44 |
|
| ତୁମ୍ଭେ ତାହାର ରାଜଦଣ୍ଡ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ। |
|
| 45 |
|
| ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। |
|
| 46 |
|
| ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ? |
|
| 47 |
|
| ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ-ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ! |
|
| 48 |
|
| ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ? |
|
| 49 |
|
| ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ? |
|
| 50 |
|
| ହେ ପ୍ରଭୋ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରାନ୍ତ ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷସ୍ଥଳରେ ବହୁଅଛି, ଏହା ସ୍ମରଣ କର। |
|
| 51 |
|
| ହେ ସଦାପ୍ରଭୋ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରିଅଛନ୍ତି। |
|
| 52 |
|
| ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍, ଆମେନ୍। |
|
|
|
|