|
| 1 |
|
| ପରମେଶ୍ଵରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା । ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ । |
|
| 2 |
|
| ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ଵାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ଵର ଅଟ । |
|
| 3 |
|
| ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ । ପୁଣି କହୁଅଛ, ହେ ମନୁଷ୍ୟ-ସନ୍ତାନଗଣ, ଫେର । |
|
| 4 |
|
| କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ । |
|
| 5 |
|
| ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ଵପ୍ନ ତୁଲ୍ୟ । ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ । |
|
| 6 |
|
| ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ । |
|
| 7 |
|
| କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ । |
|
| 8 |
|
| ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ । |
|
| 9 |
|
| କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ । |
|
| 10 |
|
| ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ଗର୍ବ ଓ ପରିଶ୍ରମ ଦୁଃଖମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ । |
|
| 11 |
|
| ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ? |
|
| 12 |
|
| ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ । |
|
| 13 |
|
| ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ । |
|
| 14 |
|
| ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା । |
|
| 15 |
|
| ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର । |
|
| 16 |
|
| ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ । |
|
| 17 |
|
| ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର । |
|
|
|
|