ପବିତ୍ର ବାଇବଲ (OROV) 2014
|
| 1 |
| ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ । |
| 2 |
| ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ଵର, ମୁଁ ତାହାଙ୍କଠାରେ ନିର୍ଭର ରଖେ । |
| 3 |
| କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ । |
| 4 |
| ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ଵରୂପ ଅଟେ । |
| 5 |
| ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର, |
| 6 |
| ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ । |
| 7 |
| ତୁମ୍ଭ ପାର୍ଶ୍ଵରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ । |
| 8 |
| ତୁମ୍ଭେ କେବଳ ସ୍ଵଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ । |
| 9 |
| କାରଣ, ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ । ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ । |
| 10 |
| ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ, କିଅବା କୌଣସି ମାରୀ ତୁମ୍ଭ ତମ୍ଵୁ ନିକଟକୁ ଆସିବ ନାହିଁ । |
| 11 |
| କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ । |
| 12 |
| ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ଵହସ୍ତରେ ତୁମ୍ଭକୁ ବହିବେ । |
| 13 |
| ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବାସିଂହ ଓ ସର୍ପକୁ ପାଦ ତଳେ ଦଳିବ । |
| 14 |
| ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା । |
| 15 |
| ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା । |
| 16 |
| ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/091.mp3
150
91