ପବିତ୍ର ବାଇବଲ (OROV) 2014
|
| 1 |
| ଗୀତ: ବିଶ୍ରାମବାର ନିମିତ୍ତକ ଗୀତ । ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର, |
| 2 |
| ପୁଣି ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ଵନିରେ, |
| 3 |
| ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ଵସ୍ତତା ପ୍ରଚାର କରିବାର ଉତ୍ତମ । |
| 4 |
| ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ଵନି କରିବି । |
| 5 |
| ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର । |
| 6 |
| ପଶୁବତ୍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ; |
| 7 |
| ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ । |
| 8 |
| ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ଵବାସୀ । |
| 9 |
| କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ । |
| 10 |
| ମାତ୍ର ତୁମ୍ଭେ ଅରଣାର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି । |
| 11 |
| ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି । |
| 12 |
| ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନ୍ରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ । |
| 13 |
| ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ । |
| 14 |
| ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ; |
| 15 |
| ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/092.mp3
150
92