ପବିତ୍ର ବାଇବଲ (OROV) 2014
|
| 1 |
| ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କରୁ । |
| 2 |
| ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ଵାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ଵନି କରୁ । |
| 3 |
| କାରଣ ସଦାପ୍ରଭୁ ମହାନ ପରମେଶ୍ଵର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି । |
| 4 |
| ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର । |
| 5 |
| ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ । |
| 6 |
| ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁନ୍ତ |
| 7 |
| କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର, ପୁଣି ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ । ଆହା, ଯେବେ ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ । |
| 8 |
| ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; |
| 9 |
| ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ । |
| 10 |
| ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତିନ୍ତ |
| 11 |
| ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/095.mp3
150
95